You are here

Back to top

Ardha Satabdira Odisha O Tahinre Mo Sthana (Paperback)

Ardha Satabdira Odisha O Tahinre Mo Sthana Cover Image
$14.00
Usually Ships in 1-5 Days

Description


ପୂଜ୍ୟପାଦ ସ୍ୱର୍ଗତ ପଣ୍ଡିତଜୀ, ଲିଖିତ ସମଗ୍ର ଚରିତକୁ ତୁଣ୍ଡେ ତୁଣ୍ଡେ ଡାକିଯାଇଥିଲେ ଓ ତାହା ଲେଖିଥିଲେ ବାଣପୁର ହାଇସ୍କୁଲର ଶିକ୍ଷକ ଶ୍ରୀ ଜଗନ୍ନାଥ ମହାପାତ୍ର । ଏହି ଲିଖିତ ପାଣ୍ଡୁଲିପିର ଚାରିଭାଗରୁ ତିନିଭାଗ, ସାମାନ୍ୟ କିଛି ପରିବର୍ତ୍ତନ କରି, ପଣ୍ଡିତଜୀ ପୁଣି ନିଜ ହାତରେ ଲେଖିଯାଇଛନ୍ତି । ବାକିତକ ଶ୍ରୀଯୁକ୍ତ ମହାପାତ୍ରଙ୍କ ହାତଲେଖାରେ ଅଛି । ପାଣ୍ଡୁଲିପିକୁ ଅକ୍ଷୁଣ୍ଣ ଓ ଅବ୍ୟାହତ ରଖି ଏହି ମୁଦ୍ରଣ କରାଯାଇଛି ।

ଆତ୍ମଚରିତକୁ ଦୁଇଭାଗରେ ବିଭକ୍ତ କରିବା ପୂଜ୍ୟପାଦ ପଣ୍ଡିତଜୀଙ୍କର ଅଭିପ୍ରେତ ଥିଲା । ନିଜର ଜନ୍ମଠାରୁ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅର୍ଥାତ୍ ୧୯୩୬ ମସିହାର ଆରମ୍ଭକାଳ ପର୍ଯ୍ୟନ୍ତ, ପ୍ରାୟ ପଚାଶ ବର୍ଷର ବିଷୟ-ବସ୍ତୁ ପ୍ରଥମ ଭାଗରେ ରହିବା କଥା ଏବଂ ଜୀବନର ପଚାଶ ବର୍ଷର ପରବର୍ତ୍ତୀ ବିଷୟ-ବସ୍ତୁ ଦ୍ୱିତୀୟ ଭାଗରେ ଆଲୋଚ୍ୟ । ସେ ଯେ ସୂଚୀପତ୍ର କରିଛନ୍ତି, ସେଥିରେ ପ୍ରଥମ ଭାଗର ପଞ୍ଚଚାଳିଶ ପରିଚ୍ଛେଦରୁ ଚଉତିରିଶଟି ମାତ୍ର ଲେଖିଛନ୍ତି; ବାକିତକ ଅଲେଖା ରହିଯାଇଛି । ଦ୍ୱିତୀୟ ଭାଗର ସୂଚୀ ଆୟୋଜନ କରି, ସେ ନିଜେ ଲିପିବଦ୍ଧ କରିଥିଲେ ମଧ୍ୟ କିଛି ହେଲେ ବିଷୟ ଲେଖିଯାଇପାରିନାହାନ୍ତି ।

ଆତ୍ମଚରିତ ଲେଖିବା ସ୍ଥିର କରି ଲେଖା ସେ ୧୯୫୧ ମସିହାର ପୂଜା ସମୟରେ ଆରମ୍ଭ କଲେ । ୧୯୫୬ ମସିହା ଜୁଲାଇ ୨୬ ତାରିଖ ଦିନ ଅପରିକଳ୍ପନୀୟ ଭାବରେ ତାଙ୍କୁ ହଠାତ୍ ବିଦାୟ ନେଇ ଯିବାକୁ ପଡ଼ିଲା ଏ ମର୍ତ୍ତ୍ୟପୁରରୁ ଅମରଧାମକୁ । ସୁତରାଂ ଆତ୍ମଚରିତ, ତାଙ୍କ କଳ୍ପିତ ଆଉ କେତେ କାର୍ଯ୍ୟ ପରି, ଅପୂର୍ଣ୍ଣ ଅବସ୍ଥାରେ ରହିଗଲା । ଏହା ୧୯୫୧ରେ ଲେଖାଯାଇଥିବାରୁ, ସମସାମୟିକ ଘଟନାକୁ ଲକ୍ଷ୍ୟ କରି କେତେକ ସ୍ଥଳରେ ଲେଖା ରହିଛି । ପାଠକ ଯଥାଭାବରେ ତାହା ହୃଦ୍]ବୋଧ କରିବା ଆଶା କରାଯାଏ ।


Product Details
ISBN: 9781645604129
ISBN-10: 1645604128
Publisher: Black Eagle Books
Publication Date: June 15th, 2023
Pages: 218
Language: Oriya